Download Now Banner

This browser does not support the video element.

ଝାରସୁଗୁଡା: ଲଖନପୁର ବ୍ଲକ ମୁଖ୍ୟାଳୟରେ ଝାରସୁଗୁଡା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Jharsuguda, Jharsuguda | Sep 8, 2025
ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ମୁଖ୍ୟାଳୟରେ ଆଜି ସକାଳ ଏଗାରଟା ସମୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଝାରସୁଗୁଡା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର , ଆଇ ଏ ଏସ୍ ପ୍ରବେଶନର ପ୍ରଜ୍ଞାନନ୍ଦ ଗିରି, ଭାରପ୍ରାପ୍ତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୂର୍ଯ୍ୟା°ଶୁ ରୁତ୍, ଉପଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମହେଶ ମୋହନ ପଣ୍ଡାଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।
Read More News
T & CPrivacy PolicyContact Us