Download Now Banner

This browser does not support the video element.

ମହୁଲପାଲି: କେଶାଇବାହାଲ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ

Mahulpalli, Sambalpur | Sep 19, 2025
ବାମରା ବ୍ଳକ ଅନ୍ତର୍ଗତ କେଶାଇବାହାଲ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଶୁକ୍ରବାର ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାମରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ାକ୍ତର ନାରାୟଣ ରାଏଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମ ରେ, ମୁଖ୍ୟ ଅତିଥି ଭାବେ ସମ୍ବଲପୁର ଜିଲ୍ଲା ପରିଷଦ ସଭାନେତ୍ରୀ କୁମୁଦିନୀ ନାୟକ ଯୋଗ ଦେଇ ମହିଳା ମାନଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଡାକ୍ତର ପ୍ରଭୁପାଦ ମିଶ୍ର ଯୋଗ ଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ନେଇ ମତ ବ୍ୟକ୍ତ କରିଥିଲେ।
Read More News
T & CPrivacy PolicyContact Us