This browser does not support the video element.
ବାସୁଦେବପୁର: ବେହେରା ସାହି ନିକଟରେ ବାଇକ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର, ମେଡିକାଲରେ ଭର୍ତ୍ତି
Basudebpur, Bhadrak | Apr 22, 2024
ବେହେରା ସାହି ନିକଟରେ ଆଜି ଅପରାହ୍ନରେ ବାଇକ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇ ବାସୁଦେବପୁର ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ସୂଚନା ଅନୁସାରେ ଅଜୟ ବେହେରା ନାମକ ଜଣେ ଯୁବକ ବାଇକରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ହୋଇଥିଲେ।