This browser does not support the video element.
ଲକ୍ଷ୍ମୀପୁର: ଓଡ଼ିଆପେଣ୍ଠରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
Lakshmipur, Koraput | Sep 1, 2025
କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଓଡ଼ିଆପେଣ୍ଠ ପଞ୍ଚାୟତ ଗୃହରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଓ ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଅlଛି।ସରପଞ୍ଚ ବଂଶୀଧର ମାଣ୍ଡିଙ୍ଗା ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଜିପିଓ ପ୍ରଫୁଲ୍ଲ ସାହୁ ଯୋଗ ଦେଇ ବିଭିନ୍ନ ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ଆସିଥିବା ପ୍ରତ୍ୟେକ ଅଭିଯୋଗ ପ୍ରତି ଗୁରୁତ୍ଵ ଦିଆଯିବ ବୋଲି ଜିପିଓ ଶ୍ରୀଯୁକ୍ତ ସାହୁ କହିଥିବା ବେଳେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେସିକା,ଯୋଗାଣ ଅଧିକାରୀ ଆଦିତ୍ୟ ପ୍ରସାଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।