This browser does not support the video element.
ପୁରୀ ମ୍ୟୁନିସିପାଲଟି: ଶ୍ରୀମନ୍ଦିରର ପରିଚାଳନା କମିଟିର ନୂତନ ସଦସ୍ୟମାନେ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଭେଟି ଶୁଭେଚ୍ଛା ଜଣାଇଲେ l
Puri M, Puri | Sep 1, 2025
ଶ୍ରୀମନ୍ଦିରର ପରିଚାଳନା କମିଟିର ନୂତନ ଭାବେ ମନୋନୀତ ହୋଇଥିବା ସଦସ୍ୟମାନେ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଭେଟି ଶ୍ରୀମନ୍ଦିର ପରିଚାଳନା ପାଇଁ ନୂତନ କମିଟି ଗଠନ କରିଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି। ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ସେବା ଓ ମନ୍ଦିର ବିକାଶ କାମରେ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଜାରି ରହିବ। ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ପୁରୀ ସହରରେ ଅନେକ ସୁବିଧା ଉପଲବ୍ଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।