This browser does not support the video element.
କଟକ ପୌରାଞ୍ଚଳ: ସିଡିଏ ସେକ୍ଟର ୨ ରେ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଯୋଗଦେଲେ ରାଜସ୍ବ ମନ୍ତ୍ରୀ
Cuttack M Corp PS, Cuttack | Aug 22, 2025
କଟକ ସିଡିଏ ସେକ୍ଟର ୨ ରେ କଟକ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାର ସନ୍ଧ୍ୟା ୬ ଟା ସମୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ ପାଇଁ ପାଖାପାଖି ୯୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଅଢେ଼ଇ ବର୍ଷ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କଟକ ସାଂସଦ, ବିଧାୟକଗଣ, ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।