This browser does not support the video element.
ପୋଲସରା: ହାତୀଓଟ ଉଚ୍ଚ ବିଦ୍ୟାଳୟରେ ବ୍ଳକ ସ୍ତରୀୟ ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ
Polasara, Ganjam | Aug 22, 2025
ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଓ ପୋଲସରା ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ଆନୁକୂଲ୍ୟରେ ସୁରେନ୍ଦ୍ର ସାଏ ଦିବ୍ଯ ଦୃଷ୍ଟି ଯୋଜନା ଜରିଆରେ ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୋଟ ୨୨୫ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିବା ବେଳେ ୧୧୨ ଜଣ ଛାତ୍ରଛାତ୍ରୀଙ୍କୁ ମାଗଣା ଚଷମା ପ୍ରଦାନ କରିବା ପାଇଁ ଚିହ୍ନଟ କରାଯାଇଥିଲା। ୫ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ସମସ୍ୟା ରହିଥିବା ଯୋଗୁଁ ସେମାନଙ୍କୁ ଜିଲ୍ଲା ଚକ୍ଷୁ ପରୀକ୍ଷା କେନ୍ଦ୍ରକୁ ପଠାଯିବ ବୋଲି ସ୍ଥିର ହୋଇଛି ।