This browser does not support the video element.
ସୁନ୍ଦରଗଡ ସହର: କନକତୋରା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
Sundargarh Town, Sundargarh | Nov 13, 2024
କନକତୋରା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଳକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ... କନକତୋରା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ହେମଗିର ବ୍ଳକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଆଜି ଦିନ 4 ଟା ବେଳେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାତୋଟି ବିଭାଗରେ ମୋଟ ୩୨୦ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ବ୍ଳକ ଅଧ୍ୟକ୍ଷ ପ୍ରେମାନନ୍ଦ ସା ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦର୍ଶନୀ କୁ ଉଦଘାଟନ କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ କରୁଣା ସାଗର ପଟେଲଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ସମାରୋହରେ ସମ୍ମାନୀତ ଅତିଥି ଜିଲ୍ଲା ପରିଷଦ ସଭ୍ୟା ମହିମା ସେଠ ଉପସ୍ଥିତ ଥିଲେ.