This browser does not support the video element.
ରଣପୁର: ଗୋପାଳପୁରରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
Ranapur, Nayagarh | Mar 24, 2024
ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ଆଜି ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ରଣପୁର ବ୍ଲକ ବିଜେଡି ସଭାପତି ସଚ୍ଚିକାନ୍ତ ଷଡ଼ଙ୍ଗୀ, ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରମୁଖ ଯୋଗଦେଇ ବିଭିନ୍ନ ରାଜନୈତିକ ଦଳରୁ ଆସିଥିବା କର୍ମୀ ମାନଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ।