This browser does not support the video element.
ବୌଦ୍ଧ ସଦର: ବୌଦ୍ଧ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ସାକ୍ଷରତା ସପ୍ତାହ ପାଳିତ, ଯୋଗଦେଲେ ଏଡିଇଓ
Baudh Sadar, Boudh (Bauda) | Sep 8, 2025
ସୋମବାର ଦିନ ବୌଦ୍ଧ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ସ୍ତରୀୟ ସାକ୍ଷରତା ସପ୍ତାହ ପାଳିତ ହୋଇ ଯାଇଛି l ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ଯୋତିକାନ୍ତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |