This browser does not support the video element.
ଛତ୍ରପୁର: ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କଲେ ସିଡ଼ିଏମଓ
Chhatrapur, Ganjam | Nov 1, 2024
ଡାକ୍ତର ବିଜୟ କୁମାର ପଣ୍ଡା ଗଞ୍ଜାମ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଶୁକ୍ରବାର ପୂର୍ବାହ୍ନ ୧୧ ଟାରେ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କରିଛନ୍ତି l ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପଣ୍ଡା ଆଉଟ ଡୋର, ଇନ ଡୋର ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ବୁଲି ଲୋକଙ୍କୁ ସଠିକ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରାଯାଉଛି କି ନାହିଁ ତାହାର ସେ ଟିକନିଖି ତଦାରଖ କରିଥିଲେ l ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ପ୍ରଫୁଲ୍ଲ ଚନ୍ଦ୍ର ଗୌଡ଼ ଉପସ୍ଥିତ ଥିଲେ l