This browser does not support the video element.
ବୌଦ୍ଧ ସଦର: ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତିଙ୍କ ଜିଲ୍ଲା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Baudh Sadar, Boudh (Bauda) | Aug 23, 2025
ଶନିବାର ଦିନ ବୌଦ୍ଧ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ରାଜ୍ୟ ସଭାପତିଙ୍କ ଜିଲ୍ଲା ଗସ୍ତକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୂର୍ବତନ ବିଧାୟକ ସଚ୍ଚିଦାନନ୍ଦ ଦଲାଲ, ପୂର୍ବତନ ଜିଲ୍ଲା ସଭାପତି ବିପ୍ର ଚରଣ ମହାନ୍ତି, ମାଗୁଣି ଚରଣ ଗାଈଗୌରୀଆ, ମନ ରଞ୍ଜନ ଦାଶ, ସୌମିତ୍ରୀ କୁମାର ନାଏକ ଓ ଅନ୍ୟ ବରିଷ୍ଠ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ |