This browser does not support the video element.
ମାଲକାନଗିରି: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କଲେ ସାଂସଦ
Malkangiri, Malkangiri | Sep 2, 2025
ଆଜି ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିଛନ୍ତି ନବରଙ୍ଗପୁର ସାଂସଦ ଇଂ ବଳଭଦ୍ର ମାଝୀ। ଏହି ଅବସରରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ସମସ୍ତଙ୍କୁ ସ୍ୱାଗତ କରି ବିଭିନ୍ନ ବିଭାଗର ଉର୍ଣ୍ଣୟନ କାର୍ଯ୍ୟ ବିଷୟରେ ଉପସ୍ଥାପନା କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦେଇଥିଲେ। ସାଂସଦ ବିଭିନ୍ନ ବିଭାଗର କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ଅବସରରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଏସପି ବିନୋଦ ପାଟିଲ ଏଚ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନଙ୍କ ସହିତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।