This browser does not support the video element.
କଟକ ପୌରାଞ୍ଚଳ: ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ରୁ ୨୫ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି
Cuttack M Corp PS, Cuttack | Aug 23, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କଟକ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଜି ଅପରାହ୍ନ 1ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ୮ଟା୩୦ ମିନଟ୍ ରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯିବା ସହିତ ବର୍ଷା ନିମନ୍ତେ ସତର୍କତା ଜାରୀ କରାଯାଇଛି । ଏହାସହ ଜିଲ୍ଲାରେ 30 ରୁ 40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।