This browser does not support the video element.
ଢେଙ୍କାନାଳ ସଦର: ସହରସ୍ଥ ହୋଟେଲ ଦେବକନ୍ୟା ଠାରେ ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ବ ସାକ୍ଷରତା ଦିବସ-୨୦୨୫ ପାଳିତ
Dhenkanal Sadar, Dhenkanal | Sep 8, 2025
ଢେଙ୍କାନାଳ ସ୍ଥାନୀୟ ହୋଟେଲ୍ ଦେବକନ୍ୟା କନ୍ଫରେନ୍ସ ହଲ୍ରେ ଇଣ୍ଡିଆନ୍ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନ୍ସ୍ ଆସୋସିଏସନ୍ (ଇଫୁନା ) ଓ ଉତ୍କଳ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ (ଉଫୁନା) ପକ୍ଷରୁ ବିଶ୍ବ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ଇଫୁନାର ମହାସଚିବ ତଥା ୱାର୍ଲ୍ସ ଫେଡରେସନ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ ର ଭାଇସ୍ ଚେୟାରମ୍ୟାନ୍ ସୁରେଶ ଶ୍ରୀବାସ୍ତବ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଥିଲେ । ଏହି ସଭାରେ ଇଫୁନାର ଜାତୀୟ ଉପ-ସଭାପତି ତଥା ଉଫୁନାର ରାଜ୍ୟ ସଭାପତି ଆଡଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ ଅଧ୍ଯକ୍ଷତା କରିଥିଲେ