This browser does not support the video element.
ଧର୍ମଶାଳା: ଚୋରମୁହାଁ ପଡ଼ିଆରେ ଆମ୍ବେଦକର ପ୍ରିମିୟର ଲିଗ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
Dharmasala, Jajpur | Nov 28, 2024
ଧର୍ମଶାଳା ବ୍ଲକ ଅନ୍ତର୍ଗତ ଚୋରମୁହାଁ ପଞ୍ଚାୟତ ୟଙ୍ଗ୍ ଆମ୍ବେଦକର କ୍ରିକେଟ୍ କ୍ଲବ ଆନୁକୁଲ୍ୟରେ ଡଃ ଆମ୍ବେଦକର ପ୍ରିମିୟର ଲିଗ୍ ଟୁର୍ଣ୍ଣାମେଣ୍ଟ୍ ଆଜି ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ଚୋରମୁହାଁ ମଜାର ପଡିଆ ଠାରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟକୁ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ଜଳଧର ମହାନ୍ତି, ସମିତିସଭ୍ୟ ପ୍ରିୟବ୍ରତ ପ୍ରଧାନ, ଜିଲ୍ଲା ଛାତ୍ର ବିଜେଡି ସଭାପତି ସୌମ୍ୟ ପ୍ରକାଶ ବିଶ୍ୱାଳ, ଯୁବ ସଂଗଠକ ମଦନ ମୋହନ ନାୟକ, ମୁନା ଖାଁ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।