This browser does not support the video element.
ପୁରୀ ମ୍ୟୁନିସିପାଲଟି: ଶ୍ରୀମନ୍ଦିର ପରିସରରେ ହେବ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ, ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା
Puri M, Puri | Aug 23, 2025
ବିଶେଷ କରି ସ୍ତନପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା' ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନପାନ ଗୃହ କରାଯିବାକୁ ଯୋଜନା ହୋଇଛି l ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢ଼ୀ, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର୍ ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚୀସ୍ମିତା ଏବଂ ଅନ୍ଯ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନା ପାଇଁ ସ୍ଥାନ ନିରୂପଣ କରିଛନ୍ତି।