Download Now Banner

This browser does not support the video element.

ଢେଙ୍କାନାଳ ସଦର: ଢେଙ୍କାନାଳ ଜିଲ୍ଲା ସନ୍ଥପୁର ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ସ୍ତରୀୟ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

Dhenkanal Sadar, Dhenkanal | Sep 6, 2025
ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଠାରେ ଆଜି ତା ୬।୯ ରିଖ ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସୁନିତା ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗଁଦିଆ ବ୍ଲକ୍ ର ସହକାରୀ କୃଷି ଅଧିକାରୀଣୀ ମିନତୀ ନାୟକ ଯୋଗ ଦେଇଥିଲେ । ଗଣିତ ଶିକ୍ଷକ ମନୋଜ କୁମାର ମହାନ୍ତି ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ,ବିଜ୍ଞାନ ଶିକ୍ଷକ ଆକାଶ ଅଭିଶେକ ବେହେରା ବିଜ୍ଞାନ ମେଳାର ତାତ୍ପର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।
Read More News
T & CPrivacy PolicyContact Us