This browser does not support the video element.
ଭୋଗରାଇ: ୨୮ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଉଦୟପୁର ସମେତ ୩ ଟି ମତ୍ସ୍ୟଅବତରଣ କେନ୍ଦ୍ରରେ ସଚେତନତା କଲା ମତ୍ସ୍ୟ ବିଭାଗ
Bhograi, Balasore | Sep 27, 2025
ଉଦୟପୁର ତାଳସାରି ରଣସିଂହପୁର କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ପ୍ରବଳ ବର୍ଷା ଓ ପବନ ପାଇଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କଲା ମତ୍ସ୍ୟବିଭାଗ । ଆଜି ପାଖରୁ ଚଳିତ ମାସ ୨୮ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ମନା କରାଯାଇଛି । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ସୂଚନା ଦେଲେ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା । ଭୋଗରାଇ ବ୍ଲକ ଅଧୀନରେ ରହିଛି ୪ ଟି ମତ୍ସ୍ୟ ଅବତରଣ କେନ୍ଦ୍ର । ବଙ୍ଗୋପ ସାଗାରରେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି ।