This browser does not support the video element.
ଢେଙ୍କାନାଳ ସଦର: ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାସ୍ତରୀୟ ଗୁରୁଦିବର ଉତ୍ସବ ପାଳିତ
Dhenkanal Sadar, Dhenkanal | Sep 5, 2025
ଆଜି ଗୁରୁ ଦିବସ। ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାସ୍ତରୀୟ ଗୁରୁଦିବ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ସାଂସଦଙ୍କ ପ୍ରତିନିଧି ନରେଶ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଅନ୍ୟାନ୍ୟ ଅତିଥିମାନେ ମଞ୍ଚାସିନ ହୋଇଥିଲେ । ଜିଲ୍ଲାର ବିଭିନ୍ନ ସ୍କୁଲମାନଙ୍କରୁ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଥିଲେ।