This browser does not support the video element.
ପୁରୀ ମ୍ୟୁନିସିପାଲଟି: ଆଜି ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା ନୀତି ଅନୁଷ୍ଠିତ
Puri M, Puri | Aug 23, 2025
ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁଶୋତ୍ପାଟିନୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା” ଭାବରେ ପାଳନ କରାଯାଏ । ଓଡ଼ିଶାରେ ପାଳନ କରାଯାଏ ବାର ମାସରେ ତେର ପର୍ବ ଏବଂ ଏହା ବ୍ୟତୀତ ଥାଏ ଅନେକ ଗୁଡିଏ ନୀତିକାନ୍ତି । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି ବିଭିନ୍ନ ପର୍ବପର୍ବାଣୀ ପାଳିତ ହୁଏ । ଏସବୁ ପାର୍ବଣ ଦିନ ମାନଙ୍କରେ ହୋଇଥାଏ ସ୍ବତନ୍ତ୍ର ନୀତି ନିୟମ ଶ୍ରୀମନ୍ଦିରରେ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ ।