This browser does not support the video element.
କେନ୍ଦୁଝର ସହର: କେନ୍ଦୁଝର ଜିଲ୍ଲାପାଳଙ୍କ ଦରବାର ହଲ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
Kendujhar Town, Kendujhar | Sep 1, 2025
ଆଜି ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୨୦୨ ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୨୭ ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୭୫ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା ।ସେଥିମଧ୍ୟରୁ ୪୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।