This browser does not support the video element.
ଦେବଗଡ: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଦକ୍ଷତା ବିକାଶ ପ୍ରଶିକ୍ଷଣ ଶିବିର ଉଦଯାପିତ
Debagarh, Debagarh (Deogarh) | Aug 23, 2025
ଦେବଗଡ଼ ଜିଲ୍ଲା ଜରୁରୀ କାଳୀନ ବିଭାଗ ପକ୍ଷରୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ତିଲେଇବଣି, ରିଆମାଳ ଓ ବାରକୋଟ ବ୍ଲକର ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ନେଇ ଚାଲିଥିବା ଦକ୍ଷତା ବିକାଶ ପ୍ରଶିକ୍ଷଣ ଶିବିର ଆଜି ସନ୍ଧ୍ୟା ୬ ଟାରେ ଉଦଯାପିତ ହୋଇଯାଇଛି । ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ହେମନ୍ତ କୁମାର ସିଂଙ୍କ ତତ୍ୱାବଧାନରେ ଆୟୋଜିତ ଏହି ଶିବିରର ଉଦଯାପନୀ ଉତ୍ସବରେ ମୂଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଏବଂ ସମ୍ମାନୀତ ଅତିଥି ଭାବେ ସହକାରୀ ଜିଲ୍ଲାପାଳ ତାପସ ମହନ୍ତ ଯୋଗଦେଇ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ ।