This browser does not support the video element.
ଦେବଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାର ବିକାଶ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ
Debagarh, Debagarh (Deogarh) | Sep 3, 2025
ଦେବଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବିକାଶ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କୁ ନେଇ ଜିଲ୍ଲାର ବିକାଶ ପାଇଁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲାପାଳ ଶ୍ରୀ ସାହୁ ଲୋକଙ୍କ ବିଭିନ୍ନ ସମସ୍ୟା ନେଇ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ଏଥିସହ ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ । ବିଶେଷ କରି ବିଭିନ୍ନ ସମସ୍ୟା ମଧ୍ୟରେ ଲୋକଙ୍କର ମୌଳିକ ସୁବିଧା ବିଦ୍ୟୁତ, ରାସ୍ତା ଘାଟ, ପାନୀୟ ଜଳ ଉପରେ ଆଲୋଚନା କରାଯାଇଥିଲା ।