This browser does not support the video element.
ମାଲକାନଗିରି: ବିଜାପୁର ଏସପିଙ୍କ ନିକଟରେ ୩୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
Malkangiri, Malkangiri | Aug 28, 2025
ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସକୁ ବଡ ସଫଳତା । ୮୧ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩୦ ଜଣ ମାଓବାଦୀ ବିଜାପୁର ଏସପିଙ୍କ ନିକଟରେ ଗୁରୁବାର ସକାଳେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସମସ୍ତ ମାଓବାଦୀଙ୍କୁ ପ୍ରୋତ୍ସାହନ ସ୍ୱରୂପ ୫୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଛି । ପରେ ସେମାନଙ୍କୁ ସରକାରଙ୍କ ନିୟମ ଅନୁସାରେ ଥଇଥାନ କରାଯିବ ବୋଲି ବିଜାପୁର ଏସପି କହିଛନ୍ତି ।