This browser does not support the video element.
ମାଲକାନଗିରି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜାତୀୟ ଶିକ୍ଷକ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଶିକ୍ଷକ ବସନ୍ତ ରଣାଙ୍କୁ ସମ୍ମାନିତ କଲେ ଜିଲ୍ଲାପାଳ
Malkangiri, Malkangiri | Aug 26, 2025
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଶିକ୍ଷକ ବସନ୍ତ କୁମାର ରଣାଙ୍କୁ ଆଜି ଦିନ ୧୨ଟା ସମୟରେ ନିଜ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ୱର୍ଦ୍ଧନା ପ୍ରଦାନ କରିଛନ୍ତି। ଏହି ଜାତୀୟ ସ୍ତର ସଫଳତାରେ ଜିଲ୍ଲାପାଳ ନିଜର ଖୁସି ବ୍ୟକ୍ତ କରିବା ସହ ଏହା ଆମ ଜିଲ୍ଲା ମାଲକାନଗିରି ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କହିଛନ୍ତି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ରଣାଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ଶ୍ରୀ ରଣା ସେପ୍ଟେମ୍ୱର ୩ରେ ବିଶାଖପାଟଣା ରୁ ନୂଆ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା