This browser does not support the video element.
ମାଲକାନଗିରି: ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ବିପର୍ଯ୍ୟୟ ପରିଚାଳନା ତଥା କ୍ଷମତା ନିର୍ମାଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
Malkangiri, Malkangiri | Sep 12, 2025
ଆଜି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଆନୁକୁଲ୍ୟରେ ମାଲକାନଗିରି ଜିଲ୍ଲା ଜରୁୀକାଳୀନ ବିଭାଗ ଦ୍ୱାରା କାଲିମେଳା, ମାଥିଲି ଓ କୋରୁକୋଣ୍ଡା ବ୍ଲକର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ପାଇଁ ଦୁଇ ଦିନିଆ ବିପର୍ଯ୍ୟୟ ପରିଚାଳନା ତଥା କ୍ଷମତା ନିର୍ମାଣ ପ୍ରଶିକ୍ଷଣ ଶିବିର ମାଲକାନଗିରି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଏଠାରେ ତୃଣମୂଳ ସ୍ତରରେ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ନେଇ ତାଲିମ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏହି ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।