This browser does not support the video element.
ଆନନ୍ଦପୁର: ହାଟଡିହି କଲେଜରେ ପରିବେଶ ପଞ୍ଚାୟତ ଅନୁଷ୍ଠିତ, ଯୋଗଦେଲେ ବିଧାୟକ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି
Anandapur, Kendujhar | Aug 28, 2025
ହାଟଡିହି କଲେଜରେ ପରିବେଶ ପଞ୍ଚାୟତ ଅନୁଷ୍ଠିତ ହୋଇ ଯାଇଛି। ଅଧ୍ୟକ୍ଷ ଚିତ୍ତ ରଞ୍ଜନ ରାଉତ ଙ୍କ ସଭାପତିତ୍ବରେ ଦିନ ୧୨ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ବିଜେପି ନେତା ଆଲୋକ ସେଠୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ହଦଗଡ଼ ବନାଞ୍ଚଳ ଅଧିକାରୀ ମାର୍ଶାଲ କିସ୍କୁ, ଶିଶୁ ସାହିତ୍ୟିକ ରତ୍ନାକର ଦାସ, ସାହିତ୍ୟ ଘରର ସଭାପତି ଅନ୍ତର୍ଯ୍ୟାମୀ ରାଉତ, ସାମ୍ବାଦିକ ଶତ୍ରୁଘ୍ନ ସାହୁ ପ୍ରମୁଖ ଯୋଗଦେଇ ପରିବେଶ ସୁରକ୍ଷା ପାଇଁ ସଚେତନତା ଜରୁରୀ , ପ୍ରତି ପଞ୍ଚାୟତରେ ଏପରି କାର୍ଯ୍ୟକ୍ରମର ଆବଶ୍ୟକତା ରହିଛି ବୋଲି ମତ ଦେଇଥିଲେ।