This browser does not support the video element.
ମାଲକାନଗିରି: ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟରେ ସଙ୍ଘ ପକ୍ଷରୁ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ବସନ୍ତ ରଣାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ
Malkangiri, Malkangiri | Sep 9, 2025
ଉତ୍କଳ ସାମ୍ବାଦିକ ସଙ୍ଘ ପକ୍ଷରୁ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ରଣାଙ୍କୁ ସମ୍ବର୍ଦ୍ଧନା। ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟରେ ସଙ୍ଘ ପକ୍ଷରୁ ଆଜି ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ରଣାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଅବସରରେ ସଙ୍ଘ ପକ୍ଷରୁ ଆୟୋଜିତ ବୈଠକରେ ସଂଘର ଜିଲ୍ଲା ସଭାପତି ଅଶୋକ ମିଶ୍ର ଅଧକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ଅସ୍ନି ଏ ଏଲ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ, ସଂଘର ସଭାପତି ଓ ଅନ୍ୟ କର୍ମକର୍ତ୍ତା ଥିଲେ।