This browser does not support the video element.
ଘସିପୁରା: ଘଟଗାଁ ସ୍ଥିତ ପୂର୍ତ୍ତ ବିଭାଗର ବଙ୍ଗଳାଠାରେ ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷାକଲେ ଉପମୁଖ୍ୟମନ୍ତ୍ରୀ
Ghasipura, Kendujhar | Sep 12, 2025
ଘଟଗାଁ ସ୍ଥିତ ପୂର୍ତ୍ତ ବିଭାଗର ବଙ୍ଗଳା ଠାରେ ଜିଲ୍ଲାପାଳଙ୍କ ଉପସ୍ଥିତିରେ କେନ୍ଦୁଝର ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗର ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ଏବଂ ଉନ୍ନୟନମୂଳକ ପ୍ରକଳ୍ପର ସ୍ଥିତି ସମୀକ୍ଷା କରିବା ସହ ଆଗାମୀ ଦିନରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ପ୍ରସ୍ତାବିତ ଜନକଲ୍ୟାଣକାରୀ ପ୍ରକଳ୍ପ ଗୁଡ଼ିକର ବିଷୟରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ। ଏହି ସମୀକ୍ଷା ବୈଠକରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।