ମାଲକାନଗିରି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ବ୍ୟାପକ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ଜିଲ୍ଲାର ସମସ୍ତ ଡିଗ୍ରୀ କଲେଜ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ପ୍ରାଥମିକ ବିଦ୍ୟାଳୟର ଅଧ୍ୟକ୍ଷ ଏବଂ ପ୍ରଧାନ ଶିକ୍ଷକମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଜନସାଧାରଣଙ୍କ ମଧ୍ୟରେ ଟ୍ରାଫିକ୍ ନିୟମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।
#Malkangiri