ଆସନ୍ତା କାଲି ସମସ୍ତ ସ୍କୁଲ ବନ୍ଦ ରହିବ
ପ୍ରବଳ ବର୍ଷା ଆଶଙ୍କା: ଆସନ୍ତାକାଲି ବରଗଡ଼ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦବରଗଡ଼: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବରଗଡ଼ ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ସହ 'ରେଡ୍ ୱାର୍ଣ୍ଣିଂ' (Red Warning) ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ଆସନ୍ତାକାଲି ଅର୍ଥାତ୍ ୨୯.୦୭.୨୦୨୬ (ବୁଧବାର) ଦିନ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ ବୋଲି ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ (DEO) ଏକ ସରକାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି।ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜାରି ହୋଇଥିବା ଏହି ଆଦେଶ ଅନୁଯାୟୀ, ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଛି। ଏହି ସୂଚନା ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ (BEO), ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ପାଇଁ ପଠାଇ ଦିଆଯାଇଛି।