SMS News Bureau Rourkela
ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ
ଭାରତୀୟ ଜନତା ପାର୍ଟିର ଅନ୍ୟତମ ପ୍ରତିଷ୍ଠାତା ସଦସ୍ୟ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ପବିତ୍ର ପୁଣ୍ୟତିଥୀରେ ଇସ୍ପାତ ସହରର ସେକ୍ଟର-୫ ସ୍ଥିତ ଅଟଳ ବିହାରୀ ବାଜପେୟୀ ପାର୍କରେ ରଘୁନାଥପାଲ୍ଲୀ ବିଧାୟକ ଶ୍ରୀ ଦୁର୍ଗା ଚରଣ ତନ୍ତୀଙ୍କ ନେତୃତ୍ବରେ ଭାରତୀୟ ଜନତା ପାର୍ଟିର କର୍ମୀମାନେ ଏକତ୍ରିତ ହୋଇ ସ୍ବର୍ଗତ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ବିଧାୟକ ଶ୍ରୀ ଦୁର୍ଗା ଚରଣ ତନ୍ତୀ ନିଜ ବକ୍ତବ୍ୟରେ ସ୍ବର୍ଗତ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀ ଜଣେ ସଚୋଟ, କର୍ମଠ ଏବଂ ନିଷ୍ଠାପର ସମର୍ପିତ ରାଷ୍ଟ୍ରବାଦୀ ପୁରୁଷ ଥିଲେ ବୋଲି କହିଥିଲେ । ଏହି ଶ୍ରଦ୍ଧାଞ୍ଜଳି ସଭାରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ଏବଂ ଜିଲ୍ଲା ସ୍ତରୀୟ ନେତାଙ୍କ ସମେତ ବହୁ କର୍ମୀମାନେ ମଧ୍ୟ ଉପସ୍ଥିତ ଥିଲେ ।