ଫୁଲବାଣୀ ସହର: କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି କାଉନସିଲର
କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି କାଉନସିଲର। ଏହା ଉପରେ ଆଲୋଚନା ଏବଂ ମତଗ୍ରହଣ ପାଇଁ ନୋଟିସ ଜାରି କରିଛନ୍ତି କନ୍ଧମାଳ ଜିଲାପାଳ। ସୂଚନା ଅନୁସାରେ, ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତିଙ୍କ ବିରୋଧରେ ଅନାସ୍ଥା ପାଇଁ ମ୍ୟୁନିସିପାଲିଟିର ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ କାଉନସିଲର ଅନାସ୍ଥା ପାଇଁ ଆବେଦନ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା, ନିଜେ ପୌରାଧ୍ୟକ୍ଷା ବିଜେପି ଦଳର ହୋଇଥିବା ବେଳେ ଅନାସ୍ଥା ଆଣିଥିବା ୧୧ ଜଣଙ୍କ ମଧ୍ୟରେ ୨ ଜଣ ବିଜେପି କାଉନସିଲର ଅଛନ୍ତି।