ସତ୍ୟବାଦୀ: ସ୍ଥାନୀୟ ଦେବରାଜ କଲ୍ୟାଣ ମଣ୍ଡପ ପରିସରରେ ନୃସିଂହ ଦେବ ଆଞ୍ଚଳିକ ଯୁବ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ଆଜି ପୂର୍ବାହ୍ନ ୧୧ଟାରେ ସ୍ଥାନୀୟ ଦେବରାଜ କଲ୍ୟାଣ ମଣ୍ଡପ ପରିସରରେ ନୃସିଂହଦେବ ଆଞ୍ଚଳିକ ଯୁବ ପରିଷଦ ପକ୍ଷରୁ ବିଶ୍ଵଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ଟେକ୍ ମହିନ୍ଦ୍ରା ଫାଉଣ୍ଡେସନ ଆସୋଷିଏଟ ଓଡ଼ିଶା ମୁଖ୍ୟ ରଶ୍ମି ରଂଜନ ମହାନ୍ତି, ନୃସିଂହଦେବ ଆଞ୍ଚଳିକ ଯୁବ ପରିଷଦ ର ସମ୍ପାଦିକା ମମତା ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଭିନ୍ନକ୍ଷମ ଦିବସର ଲକ୍ଷ୍ୟ ଓ ଉଦ୍ଧେଶ୍ୟ ଉପରେ ମତବ୍ୟକ୍ତ କରିଥିଲେ।