ଝାରସୁଗୁଡା: ଭାଡିମାଲ ଗ୍ରାମ ଠାରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଝାରସୁଗୁଡା ଜିଲ୍ଲା ଝିର୍ଳାପାଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭାଡିମାଲ ଗ୍ରାମ ଠାରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ନିର୍ମାଣ ପାଇଁ ଆଜି ସକାଳ ଏଗାରଟା ସମୟରେ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ସ୍ଥାନୀୟ ଜନପ୍ରତିନିଧି ଙ୍କ ସମେତ ଅନେକ ଜନସାଧାରଣ ଏବଂ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ଗଣ ଉପସ୍ଥିତ ରହିଥିଲେ।