କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ "ସୁସ୍ଥନାରୀ ସଶକ୍ତ ପରିବାର ଅଭିଯାନ" ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଆଜି ମଧ୍ୟାହ୍ନ ପ୍ରାୟ ୧୨ ଘଣ୍ଟିକା ସମୟରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ଅଧ୍ୟକ୍ଷତାରେ ସୁସ୍ଥନାରୀ ସଶକ୍ତ ପରିବାର ଅଭିଯାନ ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆସନ୍ତା କାଲି ଅର୍ଥାତ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଇନ୍ଦର ସହରରୁ ଦେଶ ବ୍ୟାପୀ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ସଚେତନତା ଉଦ୍ଦେଶ୍ୟରେ ଏହି ଅଭିଯାନର ଶୁଭାରମ୍ଭ କରିବେ ।ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ ।