ଛତ୍ରପୁର: ଛତ୍ରପୁର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ନିର୍ବାଚନର ଖର୍ଚ୍ଚକୁ ନେଇ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ ଅନୁଷ୍ଠିତ
ଶନିବାର ଛତ୍ରପୁର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ନିର୍ବାଚନର ଖର୍ଚ୍ଚକୁ ନେଇ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ଅଂଶ ଗ୍ରହଣ କରୁଥିବା ପ୍ରାର୍ଥୀ ମାନଙ୍କ ଖର୍ଚ୍ଚ କିଭଳି ତଦାରଖ କରାଯିବ, ସେ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଛି । ଏହି ପ୍ରଶିକ୍ଷଣରେ ନିର୍ବାଚନ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୌରଭ ଦୁବେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।