Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana

ସୋର: ମାର୍କୋଣା ସମେତ ବିଭିନ୍ନ ସ୍ଥାନରେ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗର ଚଢ଼ାଉ, ଦୁଇ ସ୍କୁଟି ସହ ଦେଶୀମଦ ଜବତ, ଦୁଇ ଗିରଫ

Soro, Balasore | Dec 12, 2025
କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ, କଟକ, ୟୁନିଟ -୨ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଦୁଇଟି ସ୍କୁଟି ସମେତ ଦେଶୀମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।କେନ୍ଦ୍ରାଞ୍ଚଳ ଅବକାରୀ ଆଇଆଇସି ଧିରେନ ବେହେରାଙ୍କ ନେତୃତ୍ୱରେ ଏକ ଟିମ ଆଜି ସକାଳେ ୧୬ ନମ୍ବର ଜାତୀୟ ରାଜପଥ ମାର୍କୋଣା ନିକଟରେ ପେଟ୍ରୋଲିଙ୍ଗ କରୁଥିଲେ। ଏହି ସମୟରେ ବାଲେଶ୍ୱରରୁ ଭଦ୍ରକ ଅଭିମୁଖେ ଆସୁଥିବା ଓଡି ୨୨ପି ୦୫୭୧ ନମ୍ବର ବିଶିଷ୍ଟ ସ୍କୁଟିକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ପରେ ସେଥିରେ ୧୦୦ ଲିଟର ଦେଶୀମଦ ଚାଲାଣ ହେଉଥିବା ଜାଣିପାରି ସ୍କୁଟି ସହ ମଦକୁ ଜବତ କରିଥିଲେ।