ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୮ଟି ଦରଖାସ୍ତ ଗ୍ରହଣ
#rishitv #peoleforum #subarnpur
ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିନିକା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଭାରପ୍ରାପ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୨୮ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ଏବଂ ୭ଟି ସାମୂହିକ ଦରଖାସ୍ତ ଥିଲା।