ଅନୁଗୋଳ: ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେଆର୍ଥିକ ସାକ୍ଷରତା ଏବଂ ସାମାଜିକ,ଅର୍ଥନୈତିକ,ରାଜନୈତିକ ଅଧିକାର ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ କର୍ମଶାଳା
ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ମିଳିତ ସହଯୋଗରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଅଧୀନରେ ଆର୍ଥିକ ସାକ୍ଷରତା ଏବଂ ସାମାଜିକ, ଅର୍ଥନୈତିକ ଓ ରାଜନୈତିକ ଅଧିକାର ସହିତ ପୋଷ୍ୟସନ୍ତାନ ଗ୍ରହଣ ସଚେତନତା ସମ୍ୱନ୍ଧରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ୍ଟ ପ୍ରୀତିମୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମହିଳାଙ୍କ ସୁରକ୍ଷା ତଥା ଦକ୍ଷତା ବିକାଶ ଉପରେ ଆଲୋଚନା କରିଥିଲେ ।