ଦେବଗଡ ଜିଲ୍ଲାର ପ୍ରତି ବ୍ଲକରେ ମିନି ଷ୍ଟାଡିୟମ ନିର୍ମାଣ ହେବ । ବିଧାନସଭାରେ ଶୁକ୍ରବାର କ୍ରୀଡା ଓ ଯୁବ କଲ୍ୟାଣ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏନେଇ ଉତର ରଖିଛନ୍ତି । ପ୍ରତି ବ୍ଲକରେ ମିନି ଷ୍ଟାଡିୟମ ନିର୍ମାଣ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ଦେବଗଡ ଜିଲ୍ଲାର ପ୍ରତି ବ୍ଲକରେ ମିନି ଷ୍ଟାଡିୟମ ନିର୍ମାଣ ପାଇଁ ସରକାର କଣ ପଦକ୍ଷେପ ନେଉଛନ୍ତି ବୋଲି ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ପ୍ରଶ୍ନ କରିଥିଲେ । କ୍ରୀଡା ଓ ଯୁବ କଲ୍ୟାଣ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହାର ଉତର ଦେଇଛନ୍ତି ।