ଦେବଗଡ: ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନକୁ ସଫଳ କରିବା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ
ଦେବଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ସନ୍ଧ୍ୟା ୬ ରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନକୁ ସଫଳ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଧନଞ୍ଜୟ ମହନ୍ତଙ୍କ ତତ୍ତ୍ଵାବଧାନ ଏବଂ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ପର୍ୟ୍ୟନ୍ତ ପାଳିତ ହେବ।