ଅନୁଗୁଳ ନବକୃଷ୍ଣ ଚୌଧୁରୀ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଠାରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ସ୍ଵର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୧୨୪ ତମ ଜୟନ୍ତୀ ଓ ଛାତ୍ର ସଂସଦର ୭୦ ତମ ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। ଏଥିରେ ଅତିଥି ଭାବେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କ ସମେତ ଅନ୍ୟ ଲୋକ ପ୍ରତିନିଧି ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ ସ୍ଵର୍ଗତ ନବକୃଷ୍ଣ ଚୌଧୁରୀଙ୍କ ସ୍ମୃତି ଚାରଣ କରିବା ସହିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ଉତ୍ସାହିତ କରିଥିଲେ ଅତିଥି ମାନେ।