Public App Logo
ଭଦ୍ରକ: ତିହିଡି ବ୍ଲକ୍‌ରେ ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ବନ୍ୟାଞ୍ଚଳ ବୁଲି ଦେଖିବା ସହ ଲୋକଙ୍କ ସହ ଆଲୋଚନା, ଭଦ୍ରକ ଜିଲ୍ଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ତିହିଡି ବ୍ଲକ୍‌ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବନ୍ୟା ପରିସ୍ଥିତିର ସ୍ଥିତି ଅନୁଧ୍ୟାନ କରିବା ସହ ଈଶାନପୁର, ଶ୍ୟାମସୁନ୍ଦରପୁର, ବାଲିଘାଇ, କଣପା ଆଦି ନିକଟସ୍ଥ ଗ୍ରାମର ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ବନ୍ୟା ଯୋଗୁଁ ସେମାନେ ସମ୍ମୁଖୀନ ହେଉଥିବା ସମସ୍ୟା, ରିଲିଫ୍ ଓ ଅନ୍ୟାନ୍ୟ ଆବଶ୍ୟକତା ସମ୍ପର୍କରେ ସେ ଲୋକଙ୍କଠାରୁ ଅବଗତ ହୋଇଥିଲେ। ବନ୍ୟା ପ୍ରଭାବିତ ଲୋକଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ଓ ରିଲିଫ୍ ପହଞ୍ଚାଇବା ସହ ସେମାନଙ୍କ ସୁରକ୍ଷା ଓ ମୌଳିକ ଆବଶ୍ୟକତା ପ୍ରତି ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ବନ୍ୟା ପରିସ୍ଥିତି ଓ ରିଲିଫ୍ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ। #ciktykhabarbhadrak - Bhadrak Rural News