ବାରିପଦା ମ୍ୟୁନିସିପାଲଟି: ବାରିପଦାର ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଠିତ
ଜିଲ୍ଲା ଆଇନ ସେବା ପ୍ରାଧିକରଣ, ମୟୂରଭଞ୍ଜ ପକ୍ଷରୁ ବାରିପଦା ଠାରେ ଶନିବାର ଦିନ ପ୍ରାୟ ୧୦ ଟା ରୁ ଅପରାହ୍ନ ୨ ଟା ଯାଏଁ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତରେ ମୋଟ ୧୨,୩୦୫ ଟି ମାମଲା ମଧ୍ୟରୁ ୪୦୫୩ ଟି ମାମଲାର ଅପୋଷ ବିଚାର ହୋଇ ମୋଟ ୩,୭୦,୯୫,୯୨୩ ଟଙ୍କା ଅଦାୟ ପାଇଁ ସମାଧାନ ହୋଇଥିବା ଜଣାପଡିଛି ।