ରେଢ଼ାଖୋଲ ସହରର ମିନି ଷ୍ଟାଡିୟମରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ,ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ମିନି ଷ୍ଟାଡିୟମରେ ସୋମବାର ସକାଳେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ପ୍ରଶାସନିକ ଅଧିକାରୀ ରଶ୍ମି ରଞ୍ଜନ ମହନ୍ତ ଯୋଗଦେଇ ପ୍ରଥମେ ସହରର ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏବଂ ମିନି ଷ୍ଟାଡିୟମରେ ଜାତୀୟ ପତାକା ଉୋଳନ କରି ନିଜର ଅଭିଭାଷଣ ରଖିଥିଲେ । ପୂର୍ବରୁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ପୁର