କୋରାପୁଟ ଦୁଇ ଦିନିଆ ଗସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳ ୭ ଟା ସମୟରେ ଦାମନଯୋଡି ରେଳ ଷ୍ଟେସନ ଠାରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଅବସରରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୁର୍ଯ୍ୟବଂଶି ସୁରଜ,ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, କୋରାପୁଟ ବିଧାୟକ ରଘୁରାମ ମାଛ ସହ ଜିଲ୍ଲା ସ୍ତରୀୟ ବିଜେପି ନେତା ଓ କର୍ମୀ ଉପସ୍ଥିତ ଥିଲେ।