ଗୌର ଗୋଠ ଗ୍ରାମ ନିକଟରେ ଆଜି ରାତି ଏକ ବାଇକ୍ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ବାଇକ୍ ର ତୀବ୍ର ଗତି କାରଣରୁ ଜଣେ ଯୁବକ ନିୟନ୍ତ୍ରଣ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହି ଦୁର୍ଘଟଣାରେ ଯୁବକ ଗୁରୁତର ଆହତ ହୋଇଥିବା ବେଳେ, ଆଜି ରାତି ପ୍ରାୟ ୧୧ଟା ୩୦ ମିନିଟ୍ ସମୟରେ ତାଙ୍କୁ ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯୁବକଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଘଟଣା ସମ୍ପର୍କରେ ପୁଲିସ ତଦନ୍ତ ଜାରି ରଖିଛି।