କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଦାୟୀ କରିଛନ୍ତି ଲେନିନ ମହାନ୍ତି। ସେ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କିନ୍ତୁ, ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି।